Odia news portal

ପୂର୍ବତନ ମନ୍ତ୍ରୀ ବିଶିଷ୍ଟ ଜନନେତା ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନଙ୍କ ଶୋକ


ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା ବିଶିଷ୍ଟ ଜନନେତା ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ପଟନାୟକ କହିଛନ୍ତି ଯେ ସ୍ବର୍ଗତ ନାୟକ ବିଜୁ ବାବୁଙ୍କର ଘନିଷ୍ଠ ସହଯୋଗୀ ଥିଲେ, ଲୋକପ୍ରିୟ ଜନ ନେତା, ଦକ୍ଷ ପ୍ରଶାସକ ଓ ସଂଗଠକ ସହିତ ସାଧାରଣ ଜୀବନରେ ସ୍ୱଛତା ଓ ସାଧୁତା ପାଇଁ ସେ ସ୍ମରଣୀୟ ହୋଇ ରହିବେ ।

ଜଣେ ମନ୍ତ୍ରୀ ଓ ବିଧାୟକଭାବେ ତାଙ୍କର ଉଚ୍ଚ କୋଟୀର ପ୍ରଦର୍ଶନ ପାଇଁ ଓଡିଶା ରାଜନୀତିରେ ସୁରେନ୍ଦ୍ର ବାବୁ ସ୍ୱତନ୍ତ୍ର ସ୍ଥାନର ଅଧିକାରୀ. ତାଙ୍କର ପରଲୋକ ରାଜ୍ୟ ପାଇଁ ଓ ବିଜୁ ଜନତା ଦଳ ପାଇଁ ଏକ ବଡ କ୍ଷତି ବୋଲି ଶ୍ରୀ ପଟନାୟକ କହିଛନ୍ତି । ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସଂତପ୍ତ ପରିବାର ବର୍ଗଙ୍କୁ ଶ୍ରୀ ପଟନାୟକ ଗଭୀର ସମବେଦନା ଜଣାଇ ଛନ୍ତି ।

You might also like
Leave A Reply

Your email address will not be published.