Odia news portal

ମାନବିକତାର ପରିଚୟ ଦେଲା ଓଡ଼ିଶା ମୋ ପରିବାର


ଅଯୋଧ୍ୟାରୁ ଓଡ଼ିଶା ଫେରିଲେ ଆହତ ହୋଇଥିବା ଯାତ୍ରୀମାନେ

ଭୁବନେଶ୍ୱର : ଅଯୋଧ୍ୟାକୁ ତୀର୍ଥ କରିବାକୁ ଯାଇ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିଲେ ଓଡିଆ ଯାତ୍ରୀ, କିଛି ଜଣ ଗୁରୁତର ଆହତ ହୋଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଏବଂ କିଛି ଯାତ୍ରୀ ଓଡ଼ିଶା ଫେରିଆସିଥିଲେ । ଆହତ ହୋଇଥିବା ଯାତ୍ରୀମାନଙ୍କ ପାଇଁ ସୁସ୍ଥ ହେବା ପରେ ଓଡ଼ିଶା ଫେରିବା କାଠି କର ପାଠ ଥିଲା ।

ଅର୍ଥ ଅଭାବରୁ ଘରକୁ ଫେରିପାରୁନଥିଲେ ସେମାନେ, ଖବର ପାଇ ସହାୟତାର ହାତ ବଢାଇଲା ଓଡ଼ିଶା ମୋ ପରିବାର । ନିଜ ନିଜ ଘରକୁ ଫେରିଲେ ଯାତ୍ରୀଗଣ । ସୂଚନାନୁସାରେ,ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଅଞ୍ଚଳର ପ୍ରାୟ ୪୦ ରୁ ୪୫ ଭକ୍ତ ତୀର୍ଥ କରିବା ପାଇଁ ଗତ ଅକ୍ଟୋବର ୧୯ ତାରିଖରେ ଏକ ବସ୍ ଯୋଗେ ଅଯୋଧ୍ୟା ବାହାରିଥିଲେ । ଦୁର୍ଭାଗ୍ୟବଶତଃ, ବସ୍ ଟି ଗତ ଅକ୍ଟୋବର ୨୧ତାରିଖରେ ଅଯୋଧ୍ୟା ବାଇ-ପାସ୍ ରୋଡ଼ରେ ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା ।

ବସରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ଆହତ ହୋଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ସେମାନଙ୍କ ସହିତ ୩ ଜଣ ପରିବାର ସଦସ୍ୟ ତାଙ୍କର ଦେଖାଶୁଣା କରିବାକୁ ଥିଲେ ଏବଂ ଅନ୍ୟ ଯାତ୍ରୀମାନେ ନିରାପଦରେ ସେହି ବସ ଯୋଗେ ଘରକୁ ଫେରିଆସିଥିଲେ । ସ୍ୱାସ୍ଥ୍ୟାବସ୍ଥାରେ ସାମାନ୍ୟ ପରିବର୍ତ୍ତନ ଆସିବାରୁ ଆହତ ବ୍ୟକ୍ତିମାନଙ୍କୁ ଓଡ଼ିଶା ଫେରାଇ ନେବା ପାଇଁ ସେମାନଙ୍କ ପରିବାର ବର୍ଗ ସ୍ୱେଚ୍ଛାସେବୀ ବୁଢା ପଟ୍ଟନାୟକଙ୍କୁ ଅନୁରୋଧ କରିଥିଲେ ।

ଶ୍ରୀ ପଟ୍ଟନାୟକ ଏହି ଖବର ଓଡ଼ିଶା ମୋ ପରିବାରକୁ ଜଣାଇଥିଲେ । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଓଡ଼ିଶା ମୋ ପରିବାର ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯାଇ ଟ୍ରେନ ଯୋଗେ ତାଙ୍କୁ ଓଡ଼ିଶା ଫେରାଇ ଅଣାଯାଇଛି । ପରିଶେଷରେ,ତୀର୍ଥ କରିବାକୁ ଯାଇଥିବା ଯାତ୍ରୀମାନଙ୍କୁ ଘରକୁ ଫେରାଇ ଆଣିଥିବାରୁ ସେମାନଙ୍କ ପରିବାର ବର୍ଗ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ଓଡ଼ିଶା ମୋ ପରିବାରକୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ।

You might also like

Leave A Reply

Your email address will not be published.

5 + 9 =