Odia news portal

ଅବସରପ୍ରାପ୍ତ ଡିଏସ୍‌ପି ରାଇସେନ ମୁର୍ମୁ ବିଜେଡିରେ ସାମିଲ


ଭୁବନେଶ୍ୱର : ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ନିର୍ବାଚନମଣ୍ଡଳୀର ଅବସରପ୍ରାପ୍ତ ଡିଏସ୍‌ପି ରାଇସେନ ମୁର୍ମୁ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ରାଇସେନ ମୁର୍ମୁଙ୍କୁ ଉପଢୌକନ ଦେଇ ଶ୍ରୀ ମଙ୍ଗରାଜ ଦଳକୁ ସ୍ୱାଗତ କରିଥିଲେ । ବିଜୁ ଜନତା ଦଳରେ ରାଇସେନ ମୁର୍ମୁଙ୍କ ଯୋଗଦାନ ଫଳରେ ରାଇରଙ୍ଗପୁର ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ସାଂସଦ ଶ୍ରୀ ମଙ୍ଗରାଜ କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ରାଇସେନ ମୁର୍ମୁ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଇଥିବା କହିଥିଲେ । ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ବୋଲି ପ୍ରକାଶ କରିଥିଲେ ।

ଏହି ମିଶ୍ରଣ ପର୍ବରେ ମୟୂରଭଞ୍ଜ ଜିଲ୍ଲା ସଭାପତି କାଶୀନାଥ ହେମ୍ବ୍ରମ, ରାଇରଙ୍ଗପୁର ପୌରପାଳିକା ଅଧ୍ୟକ୍ଷ ଅଭିଷେକ ପଟ୍ଟନାୟକ, ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମ ଶେଷରେ ପର୍ଯ୍ୟବେକ୍ଷକ ତଥା ରାଜ୍ୟ ସାଧାରଣ ସମ୍ପାଦକ ଜନ୍ମେଜୟ ଲେଙ୍କା ଧନ୍ୟବାଦ ଅର୍ପଣ କରିଥିଲେ ।

You might also like
Leave A Reply

Your email address will not be published.