Odia news portal

ଉତ୍ତରରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ

ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀର ବିଭିନ୍ନ ୱାର୍ଡରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗାଡକଣ ଯାତ୍ରା ପଡିଆ ଠାରେ ୧୨, ୯ ଓ ୧୭ ନମ୍ବର ୱାର୍ଡର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ମେୟର ସୁଲୋଚନା ଦାସ, ରାଜ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ରାଜ୍ୟ ମତ୍ସ୍ୟ ଉନ୍ନୟନ ନିଗମ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପାତ୍ର, କର୍ପୋରେଟର ଜୟନ୍ତୀ ସାହୁ, ସୁଷମା ସାହୁ, ପୂଜା ମହାରଣା, ଜୋନାଲ ଡେପୁଟି କମିଶନର ଶଶୀଭୂଷଣ ମହାପାତ୍ର, ଡେପୁଟି କମିଶନର ପ୍ରିୟଦର୍ଶନୀ ଜେନା ପ୍ରମୁଖ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଶାସନ ଓ ଲୋକାଭିମୂଖୀ ଯୋଜନା ସମ୍ବନ୍ଧରେ ଲୋକମାନଙ୍କୁ ସଚେତନ କରିଥିଲେ । ଆମ ଓଡିଶା ନବୀନ ଓଡିଶା ମାଧ୍ୟମରେ ସହରାଞ୍ଚଳ ଠାରୁ ଆରମ୍ଭ କରି ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ବିକାଶ ଧାରା ଜାରି ରହିଛି । ଓଡିଶା ଆଜି ବିକାଶର ପାହାଡ ଉପରେ ଠିଆ ହୋଇଛି ।

ଏହା କେବଳ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଆଦର୍ଶ ପାଇଁ ସମ୍ଭବ ହୋଇପାରିଛି ବୋଲି ଅତିଥି ମାନେ ମତବ୍ୟକ୍ତ କରିବା ସହିତ ଆଗାମୀ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଷ ଥର ପାଇଁ ମୁଖ୍ୟମନ୍ତ୍ରୀ କରିବାକୁ ନିବେଦନ କରିଥିଲେ । ଏହି ଅବସରରେ ଅତିଥି ମାନଙ୍କ ଦ୍ୱାରା ଗାଡକଣ ଠାରେ ନୂତନ ଡାକ୍ତରଖାନା ଗୃହର ଶିଳାନ୍ୟାସ ହୋଇଥିଲା । ଏଲଇଡି ମାଧ୍ୟମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକାରୀ ଯୋଜନା ପ୍ରଦର୍ଶିତ କରାଯାଇ ସଚେତନ କରାଯାଇଥିଲା ।

ଯୁବନେତା ପ୍ରସନ୍ନ କୁମାର ସାହୁ, ଭୋଳାନାଥ ମହାରଣା କର୍ଯ୍ୟକ୍ରମକୁ ପରିଚାଳନା କରିଥିଲା ବେଳେ ସବ୍ୟସାଚୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

You might also like
Leave A Reply

Your email address will not be published.