ମେ’ ୨୨ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ଆଶଙ୍କା, ୨୪ ତାରିଖ ଆଡ଼କୁ ଅବପାତ
ଭୁବନେଶ୍ୱର : ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ବାଧକ ସାଜିପାରେ ବର୍ଷା । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିବା ପରେ ଏଭଳି ଆଶଙ୍କା ସୃଷ୍ଟି ହୋଇଛି । ଆକଳନ ଅନୁସାରେ ଆସନ୍ତା ୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ସମୁଦ୍ର ଭିତରେ ଧିରେ ଧିରେ ଦକ୍ଷିଣ-ପୂର୍ବ ଦିଗକୁ ଗତି କରି ଅବପାତର ରୁପ ନେଇପାରେ ।
ମେ ୨୪ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ଅବପାତର ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ଉପକୂଳ ଓଡିଶାରେ ବର୍ଷା ହୋଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି ।