Odia news portal

ସବୁ ସଭାରେ ବିଶାଳ ଜନସମୁଦ୍ର ସ୍ୱାଗତ କଲେ କାର୍ତ୍ତିକ ପାଣ୍ଡିଆନଙ୍କୁ

ଜଗତସିଂହପୁର ଲୋକସଭା ନିର୍ବାଚନ କ୍ଷେତ୍ରର ନିମାପଡ଼ା, କାକଟପୁର, ନିଆଳି, ବାଲିକୁଦା-ଏରସମା, ପାରାଦୀପ, ତିର୍ତ୍ତୋଲ ଓ ଜଗତସିଂହପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର

ବିରୋଧୀ ଦଳ ଉପରେ ପ୍ରଚଣ୍ଡ ଆକ୍ରମଣ
ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏତେ ଭଲପାଇବା ଦେଖି
ବିରୋଧିଙ୍କ ମୁଣ୍ଡ କାମ କରୁନାହିଁ
ବାହାରୁ ବଡ଼ ବଡ଼ ନେତା ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଭାଷାରେ ଗାଳି ଦେଉଛନ୍ତି, ମୁଖ୍ୟମନ୍ତ୍ରୀଙ୍କୁ ଏପରି ଅସମ୍ମାନିତ କରୁଥିବା ଲୋକମାନଙ୍କୁ
ଆପଣମାନେ ମୁହଁତୋଡ଼ ଜବାବ ଦିଅନ୍ତୁ

ଆସାମ ମୁଖ୍ୟମନ୍ତ୍ରୀଙ୍କୁ ତୀବ୍ର ସମାଲୋଚନା
ଆସାମର ମୁଖ୍ୟମନ୍ତ୍ରୀ ଜାଣିବା ଉଚିତ ଯେ,
ନବୀନ ବାବୁ ଆପଣଙ୍କ ଗୁରୁଙ୍କ ଗୁରୁ ସହିତ କାମ କରିଛନ୍ତି,
ବାଜପେୟୀଙ୍କ ସରକାରରେ ନବୀନ ବାବୁ ଯେତେବେଳେ କ୍ୟାବିନେଟ୍‍ ମନ୍ତ୍ରୀ ଥିଲେ,
ଆପଣ ସେତେବେଳେ ଓକିଲାତି କରୁଥିଲେ
ଆପଣ ଓଡ଼ିଶାବାସୀଙ୍କ ଠାରୁ ସଂସ୍କାର ଶିଖନ୍ତୁ,
ଓଡ଼ିଶା କେବେ ଅତିଥିଙ୍କୁ ଏମାଟିରେ ଅସମ୍ମାନିତ କରେ ନାହିଁ,
ମହାପ୍ରଭୁ ସଦ୍‍ବୁଦ୍ଧି ଦିଅନ୍ତୁ, ଆମ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନିତ କରନ୍ତୁ ନାହିଁ

ଜୁନ ୧ ତାରିଖରେ ଆପଣମାନେ ଏହାର ଉଚିତ ଜବାବ ଦେବେ

ଆସାମ ଓ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଆସି କହୁଛନ୍ତି, ଓଡ଼ିଶାକୁ ଏକ ନମ୍ୱର କରିବେ
ପ୍ରଥମେ ଆଗେ ନିଜ ରାଜ୍ୟକୁ ଦେଖନ୍ତୁ, ତା’ପରେ ଓଡ଼ିଶା କଥା ଚିନ୍ତା କରିବେ,
ଓଡ଼ିଶାଠୁ ସବୁ କ୍ଷେତ୍ରରେ ବହୁ ପଛରେ ସେମାନେ ଅଛନ୍ତି,
ଓଡ଼ିଶାକୁ ଏକ ନମ୍ୱର କରିବେ ନବୀନ ପଟ୍ଟନାୟକ
ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଠାରୁ କିଛି ଶିଖିକି ଯାଆନ୍ତୁ, କାମରେ ଲାଗିବ

ସବୁ ପ୍ରଶ୍ନର ଉତ୍ତର ଗୋଟିଏ – ନବୀନ ପଟ୍ଟନାୟକ
ପାଣ୍ଡିଆନ ପଚାରିଲେ – ମିଶନଶକ୍ତି କିଏ କରିଛି ? ମମତା ଯୋଜନାରେ ୧୦ ହଜାର ଟଙ୍କା କିଏ ଦଉଛି ? ବି.ଏସ୍‍.କେ.ୱାଇରେ ସ୍ୱାସ୍ଥ୍ୟ ସୁରକ୍ଷା କିଏ ଦଉଛି ? ମଧୁବାବୁ ପେନ୍‍ସନରେ ଭତ୍ତା କିଏ ଦଉଛି ? ଲକ୍ଷ୍ମୀ ବସରେ ମା’ମାନଙ୍କୁ ୫ ଟଙ୍କାରେ ଯାତାୟତ ସୁବିଧା କିଏ ଦଉଛି ? ଜନତା ଏକ ସ୍ୱରରେ ଉତ୍ତର ଦେଇଥିଲେ – ନବୀନ ପଟ୍ଟନାୟକ
ମଠ, ମନ୍ଦିର, ଚର୍ଚ୍ଚ, ମସ୍‍ଜିଦ୍‍ ଆଦି ପୂଜାସ୍ଥଳର ରୂପାନ୍ତର କିଏ କରିଛି – ନବୀନ ପଟ୍ଟନାୟକ

ସବୁ ସ୍ଥାନରେ ବିକାଶ କାମର ହିସାବ ଦେଲେ

ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ମୁହଁରେ ହସ ଫୁଟାଇବା ପାଇଁ ଦିନରାତି ଖଟୁଛନ୍ତି
୫ ବର୍ଷରେ ଥରେ ସୁଯୋଗ ଆସିଛି ତାଙ୍କୁ ଆଶୀର୍ବାଦ କରିବା ପାଇଁ

ଭୁବନେଶ୍ୱର : ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଜଗତସିଂହପୁର ଲୋକସଭା ନିର୍ବାଚନ ମଣ୍ଡଳୀର ନିମାପଡ଼ା, କାକଟପୁର, ନିଆଳି, ବଲିକୁଦା-ଏରସମା, ପାରାଦୀପ, ତିର୍ତ୍ତୋଲ ଓ ଜଗତସିଂହପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରି ବିଜୁ ଜନତା ଦଳର ପ୍ରାର୍ଥୀମାନଙ୍କୁ ଲକ୍ଷାଧିକ ଭୋଟରେ ଜିତାଇ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବାକୁ ଅନୁରୋଧ କରିଛନ୍ତି । ପ୍ରତ୍ୟେକ ସଭାରେ ଶ୍ରୀ ପାଣ୍ଡିଆନଙ୍କୁ ବିଶାଳ ଜନସମୁଦ୍ର ସ୍ୱାଗତ କରିଥିଲେ ।

ତାଙ୍କ ଭାଷଣରେ ବିରୋଧୀ ଦଳ ଉପରେ ପ୍ରଚଣ୍ଡ ଆକ୍ରମଣ କରି ଶ୍ରୀ ପାଣ୍ଡିଆନ କହିଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଓଡ଼ିଶାବାସୀଙ୍କ ଏତେ ଭଲପାଇବା ଦେଖି ବିରୋଧିଙ୍କ ମୁଣ୍ଡ କାମ କରୁନାହିଁ । ବାହାରୁ ବଡ଼ ବଡ଼ ନେତାମାନେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଭାଷାରେ ଗାଳି ଦେଉଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଏପରି ଅସମ୍ମାନିତ କରୁଥିବା ଲୋକମାନଙ୍କୁ ଆପଣମାନେ ମୁହଁତୋଡ଼ ଜବାବ ଦିଅନ୍ତୁ ବୋଲି ସେ କହିଥିଲେ ।

ଆସାମ ମୁଖ୍ୟମନ୍ତ୍ରୀଙ୍କୁ ତୀବ୍ର ସମାଲୋଚନା କରି ସେ କହିଲେ ଯେ, ଆସାମ ମୁଖ୍ୟମନ୍ତ୍ରୀ ଜାଣିବା ଉଚିତ ଯେ, ନବୀନ ବାବୁ ଆପଣଙ୍କ ଗୁରୁଙ୍କ ଗୁରୁ ସହିତ କାମ କରିଛନ୍ତି । ବାଜପେୟୀଙ୍କ ସରକାରରେ ନବୀନ ବାବୁ ଯେତେବେଳେ କ୍ୟାବିନେଟ୍‍ ମନ୍ତ୍ରୀ ଥିଲେ, ଆପଣ ସେତେବେଳେ ଓକିଲାତି କରୁଥିଲେ । ଆପଣ ଓଡ଼ିଶାବାସୀଙ୍କ ଠାରୁ ସଂସ୍କାର ଶିଖନ୍ତୁ । ଓଡ଼ିଶା କେବେ ଅତିଥିଙ୍କୁ ଏମାଟିରେ ଅସମ୍ମାନିତ କରେ ନାହିଁ । ମହାପ୍ରଭୁ ଆପଣଙ୍କୁ ସଦ୍‍ବୁଦ୍ଧି ଦିଅନ୍ତୁ । ଆମ ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନିତ କରନ୍ତୁ ନାହିଁ ।

ସେ ପୁଣି କହିଲେ ଯେ, ଆସାମ ଓ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଆସି କହୁଛନ୍ତି, ଯେ ଓଡ଼ିଶାକୁ ଏକ ନମ୍ୱର କରିବେ । ପ୍ରଥମେ ସେମାନେ ଆଗେ ନିଜ ରାଜ୍ୟକୁ ଦେଖନ୍ତୁ, ତା’ପରେ ଓଡ଼ିଶା କଥା ଚିନ୍ତା କରିବେ । ଓଡ଼ିଶାଠୁ ସବୁ କ୍ଷେତ୍ରରେ ସେମାନେ ବହୁ ପଛରେ ଅଛନ୍ତି । ଓଡ଼ିଶାକୁ ଏକ ନମ୍ୱର କରିବେ ନବୀନ ପଟ୍ଟନାୟକ । ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଠାରୁ କିଛି ଶିଖିକି ଯାଆନ୍ତୁ, କାମରେ ଲାଗିବ ।

ବିରୋଧିଙ୍କ ଉପରେ ଶାଣିତ ଆକ୍ରମଣ ଜାରି ରଖି ସେ କହିଲେ ଯେ, ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅଶାଳୀନ ଭାଷା ବ୍ୟବହାର ଓ ତାଙ୍କୁ ଅସମ୍ମାନିତ କରିବାକୁ ଓଡ଼ିଶାବାସୀ କେବେ ବରଦାସ୍ତ କରିବେ ନାହିଁ । ଜୁନ ୧ ତାରିଖରେ ଆପଣମାନେ ଏହାର ଉଚିତ ଜବାବ ଦେବେ ବୋଲି ସେ କହିଥିଲେ ।

ସେ କହିଲେ ଯେ, ବିରୋଧୀ ଦଳ ବିଜୁ ଜନତା ଦଳର କର୍ମୀମାନଙ୍କୁ ଧମକ ଦେଉଛନ୍ତି । ଆକ୍ରମଣ କରୁଛନ୍ତି । ଏଇଟା ଭଲ ନୁହେଁ । ଆମ ଦଳର କୌଣସି କର୍ମୀଙ୍କ ଦେହରେ ହାତ ଲଗେଇବାକୁ ଦେବୁନାହିଁ । ମୁଖ୍ୟମନ୍ତ୍ରୀ ଶାନ୍ତିରେ ବିଶ୍ୱାସ କରନ୍ତି ।

ଓଡ଼ିଶାବାସୀଙ୍କ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତିବଦ୍ଧତା ଓ ଭଲପାଇବାର ସମ୍ପର୍କରେ ବର୍ଣ୍ଣନା କରି ସେ କହିଲେ ଯେ, ସେ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କୁ ନିଜପରିବାରର ସଦସ୍ୟ ବୋଲି ଗ୍ରହଣ କରିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ଉଜ୍ୱଳ ଭବିଷ୍ୟତ ଲାଗି ଦିନରାତି ୨୪ ଘଣ୍ଟା କାମ କରୁଛନ୍ତି । ଏ ସରକାର ହେଉଛି ଆପଣମାନଙ୍କ ସରକାର । ଚାଷୀଭାଇମାନଙ୍କ ସରକାର, ଯୁବପିଢ଼ିର ସରକାର ।

ଏହାପରେ ଶ୍ରୀ ପାଣ୍ଡିଆନ ରାଜ୍ୟର ସବୁ ଲୋକପ୍ରିୟ ଜନକଲ୍ୟାଣ ଯୋଜନା ସମ୍ପର୍କରେ ଲୋକଙ୍କୁ ପଚାରିଥିଲେ ଏ ସବୁ କିଏ କରୁଛି । ସବୁ ପ୍ରଶ୍ନର ଗୋଟିଏ ଉତ୍ତର ଆସିଥିଲା – ନବୀନ ପଟ୍ଟନାୟକ ।

ପାଣ୍ଡିଆନ ପଚାରିଲେ – ମିଶନଶକ୍ତି କିଏ କରିଛି ? ମମତା ଯୋଜନାରେ ୧୦ ହଜାର ଟଙ୍କା କିଏ ଦଉଛି ? ବି.ଏସ୍‍.କେ.ୱାଇରେ ସ୍ୱାସ୍ଥ୍ୟ ସୁରକ୍ଷା କିଏ ଦଉଛି ? ମଧୁବାବୁ ପେନ୍‍ସନରେ ଭତ୍ତା କିଏ ଦଉଛି ? ଲକ୍ଷ୍ମୀ ବସରେ ମା’ମାନଙ୍କୁ ୫ ଟଙ୍କାରେ ଯାତାୟତ ସୁବିଧା କିଏ ଦଉଛି ? ଜନତା ଏକ ସ୍ୱରରେ ଉତ୍ତର ଦେଇଥିଲେ – ନବୀନ ପଟ୍ଟନାୟକ । ମଠ, ମନ୍ଦିର, ଚର୍ଚ୍ଚ, ମସ୍‍ଜିଦ୍‍ ଆଦି ପୂଜାସ୍ଥଳର ରୂପାନ୍ତର କିଏ କରିଛି – ଉତ୍ତର ଆସିଥିଲା ନବୀନ ପଟ୍ଟନାୟକ ।

ସେ ପୁଣି କହିଲେ ଯେ, ମହାପ୍ରଭୁଙ୍କ କୃପାରୁ ଓ ଆପଣମାନଙ୍କ ଆଶୀର୍ବାଦରୁ ସାରା ଓଡ଼ିଶା – ମାଲକାନଗିରିରୁ ମୟୁରଭଞ୍ଜ, ସୁନ୍ଦରଗଡ଼ରୁ ଜଗତ୍‍ସିଂହପୁର ପର୍ଯ୍ୟନ୍ତ – ସମସ୍ତେ ଜାଣିଗଲେଣି ଯେ, ନବୀନ ପଟ୍ଟନାୟକ ପୁଣି ଥରେ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ଶପଥ ନେବା ପରେ ପ୍ରଥମ ଦସ୍ତଖତ ହେବ, ୯୦ ପ୍ରତିଶତ ଲୋକଙ୍କ ପାଇଁ ବିଜୁଳି ବିଲ୍‍ ଛାଡ଼ । ଦ୍ୱିତୀୟ ଦସ୍ତଖତରେ ବି,ଏସ୍‍.କେ.ୱାଇରେ ସମସ୍ତେ ସାମିଲ ହେବେ । ବି.ପି.ଏଲ୍‍ କାର୍ଡ ନଥିଲେ ଏପରିକି ସରକାରୀ ଚାକିରିରେ ଥିଲେ ମଧ୍ୟ ସମସ୍ତେ ବି.ଏସ୍‍.କେ.ୱାଇ କାର୍ଡ ପାଇବେ । ତୃତୀୟରେ ମିଶନଶକ୍ତି ସଦସ୍ୟାମାନଙ୍କ ପାଇଁ ୬୦ ବର୍ଷ ପରେ ପେନ୍‍ସନ୍‍ ସୁବିଧା ମିଳିବ ।

ବିରୋଧି ଦଳର ମିଛ ପ୍ରତିଶ୍ରୁତିର ମୁଖା ଖୋଲି ସେ କହିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ମାଗଣା ବିଜୁଳି ଘୋଷଣା ଶୁଣି ବିଜେପି କହୁଛି ମାଗଣା ବିଜୁଳି ଦେବ । କିନ୍ତୁ ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଜମା କରିବାକୁ ପଡ଼ିବ । ସୋଲାର ପ୍ୟାନେଲ ମାଧ୍ୟମରେ ସୂର୍ଯ୍ୟକିରଣରୁ ବିଜୁଳି ପାଇବେ । ସେମାନେ ଆପଣଙ୍କୁ ଦିନରେ ଲଣ୍ଠନ ଦେଖାଉଛନ୍ତି, ଏମାନଙ୍କୁ ଚିହ୍ନିକି ରଖନ୍ତୁ ।

ପାରାଦୀପରେ ସେ କହିଲେ ଯେ, ବିଜୁବାବୁଙ୍କୁ ଆପଣମାନେ ଭଲ ପାଆନ୍ତି ? ସମସ୍ତେ ଉତ୍ସାହର ସହିତ ବିପୁଳ ହର୍ଷଧ୍ୱନି ସହ କହିଥିଲେ ‘ହଁ’ । ତା’ପରେ ପାଣ୍ଡିଆନ କହିଲେ ଯେ, ପାରାଦୀପକୁ ବିଜୁବାବୁ ବହୁତ ଭଲ ପାଉଥିଲେ । ପାରାଦୀପ ଓଡ଼ିଶା ଅର୍ଥନୀତିର ମେରୁଦଣ୍ଡ । ପାରାଦୀପ ପାଇଁ ବହୁ ପୁଞ୍ଜିନିବେଶ ଆଣିଛନ୍ତି ମୁଖ୍ୟମନ୍ତ୍ରୀ । ପାରାଦୀପର ଉନ୍ନତି ହେବ, ଲୋକଙ୍କ ରୋଜଗାର ବଢ଼ିବ ।

ଶେଷରେ ସେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ମୁହଁରେ ହସ ଫୁଟାଇବା ପାଇଁ ଦିନରାତି ଖଟୁଛନ୍ତି । ୫ ବର୍ଷରେ ଥରେ ସୁଯୋଗ ଆସିଛି ତାଙ୍କୁ ଆଶୀର୍ବାଦ କରିବା ପାଇଁ । ମୋର ଆଶା, ବିଶ୍ୱାସ ଓ ଅନୁରୋଧ ଯେ, ଆପଣମାନେ ଜୋରଦାର ଆଶୀର୍ବାଦ କରି ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଜିତାଇବେ । ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବେ । ସବୁ ସ୍ଥାନରେ ୫୦ ହଜାରରୁ ୭୦ ହଜାର ମାର୍ଜିନରେ ଜିତାଇବାକୁ ଜନତା ପ୍ରତିଶ୍ରୁତି ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ବିକାଶ କାମର ହିସାବ ଦେଇ ନିମାପଡ଼ାରେ ସେ କହିଲେ ଯେ, ସୋମନାଥ ମନ୍ଦିର ପାଇଁ ୫ କୋଟି ଟଙ୍କା, ଜଟେଶ୍ୱର ମନ୍ଦିର ପାଇଁ ୧.୫୦ କୋଟି ଟଙ୍କା, ଅମରେଶ୍ୱର ମନ୍ଦିର ପାଇଁ ୧.୫୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ଦେଇଛନ୍ତି । ମତ୍ସ୍ୟଜୀବୀମାନଙ୍କ କଲ୍ୟାଣ ପାଇଁ ୧୫ ହଜାର ଟଙ୍କାର ପ୍ୟାକେଜ୍‍ କରିଛନ୍ତି ଏବଂ ପାନ ଚାଷ ଲାଗି ମଧ୍ୟ ସ୍ୱତନ୍ତ୍ର ଯୋଜନା କରିଛନ୍ତି । ନିଆଳିକୁ ମୁଖ୍ୟମନ୍ତ୍ରୀ ଏନ୍‍.ଏ.ସି. କିଏ କରିଛନ୍ତି ବୋଲି ସେ କହିଥିଲେ । ମାଧବାନନ୍ଦଜୀଉ ମନ୍ଦିରର ରୂପାନ୍ତର ପାଇଁ ୫ କୋଟି ଟଙ୍କା ଦେଇଛନ୍ତି । ବାଲିକୁଦା-ଏରସମାରେ କୁଞ୍ଜବିହାରୀ ମନ୍ଦିର ପାଇଁ ୨.୨୫ କୋଟି ଟଙ୍କା ପ୍ରଦାନ କରିଛନ୍ତି । ତିର୍ତ୍ତୋଲରେ ମା’ ସାରଳା ମନ୍ଦିର ରୂପାନ୍ତରିତ କରିବା ପାଇଁ ୪୫ କୋଟି ଟଙ୍କା, ଗୋରେଖନାଥ ପୀଠର ଉନ୍ନତି କରଣ ପାଇଁ ୨ କୋଟି ୨୫ ଲକ୍ଷ ଟଙ୍କା, ପଞ୍ଚଶଖା ଧ୍ୟାନପୀଠ ରୂପାନ୍ତରଣ ପାଇଁ ୨ କୋଟି ୧୫ ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଛି । ପାରାଦୀପରେ ସେ କହିଥିଲେ ଯେ, ଆପଣମାନେ ଯାହାବି ଦରଖାସ୍ତ ଦେଇଥିଲେ ତା’ମଧ୍ୟରୁ ୮୦ ପ୍ରତିଶତ ସମାଧାନ ହୋଇଛି । ଆଉ ଯାହାବି ସମସ୍ୟା ଅଛି ଖୁବ୍‍ ଶୀଘ୍ର ସମାଧାନ ହେବ ।

କାର୍ଯ୍ୟକ୍ରମରେ ଜଗତସିଂହପୁର ସାଂସଦ ପ୍ରାର୍ଥୀ ଡଃ ରାଜଶ୍ରୀ ମଲ୍ଲିକ, ନିମାପଡ଼ା ବିଧାୟକ ପ୍ରାର୍ଥୀ ଦିଲ୍ଲୀପ କୁମାର ନାୟକ, କାକଟପୁର ବିଧାୟକ ପ୍ରାର୍ଥୀ ତୁଷାରକାନ୍ତି ବେହେରା, ନିଆଳି ବିଧାୟକ ପ୍ରାର୍ଥୀ ଡଃ ପ୍ରମୋଦ ମଲ୍ଲିକ, ବାଲିକୁଦା-ଏରସମା ବିଧାୟକ ପ୍ରାର୍ଥୀ ଶାରଦା ପ୍ରସନ୍ନ ଜେନା, ପାରାଦୀପ ବିଧାୟକ ପ୍ରାର୍ଥୀ ଗୀତାଞ୍ଜଳୀ ରାଉତରାୟ, ତିର୍ତ୍ତୋଲ ବିଧାୟକ ପ୍ରାର୍ଥୀ ରମାକାନ୍ତ ଭୋଇ ଓ ଜଗତସିଂହପୁର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ମୁଦୁଲୀ ପ୍ରମୁଖ ବିଜୁ ଜନତା ଦଳ ଶଙ୍ଖ ଚିହ୍ନରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବା ପାଇଁ ଅନୁରୋଧ କରିଥିଲେ ।

You might also like
Leave A Reply

Your email address will not be published.