Odia news portal

ବାଲେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ପ୍ରଚାର

• ବାଲେଶ୍ୱରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶ୍ନ-
• ଆପଣଙ୍କ ବିଜେପି ଏମ୍‍.ପି. ଆପଣଙ୍କ ପାଇଁ କିଛି କରିଛନ୍ତି କି ?
• ବାଲେଶ୍ୱରରେ ବିଜେପି ନେତା ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି
• ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଆପଣମାନଙ୍କୁ କେମିତି ଲାଗୁଛି ବୋଲି ପ୍ରଶ୍ନ କରିଥିଲେ, ବି.ଏସ୍‍.କେ.ୱାଇ, ମିଶନଶକ୍ତି, ମମତା, ଲକ୍ଷ୍ମୀ ବସ୍‍, କାଳିଆ, 5Tସ୍କୁଲ ରୂପାନ୍ତରଣ, ପିଲାଙ୍କ ସ୍କଲାରସିପ୍‍, ମଧୁବାବୁ ପେନ୍‍ସନ ଯୋଜନା, ଚାଉଳ କାର୍ଡ, ପୁରୀ ମନ୍ଦିର କାମ, ସବୁପ୍ରଶ୍ନରେ ଉଚ୍ଛ୍ୱସିତ ସ୍ୱରରେ ଲୋକେ କହିଥିଲେ ବହୁତ ଭଲ
• ଜୁଲାଇରୁ ବିଜୁଳି ବିଲ୍‍ ଆସିବ ନାହିଁ, ବିଜୁ ଜନତା ଦଳ ସରକାର ବିଜୁଳି ମାଗଣା ଦେବ, ଆପଣମାନେ ଖୁସି ତ ? ଆନନ୍ଦ ଉଲ୍ଲାସ ମଧ୍ୟରେ ‘ହଁ’ ଧ୍ୱନିରେ ପ୍ରକମ୍ପିତ ହେଲା ସଭାସ୍ଥଳ
• ନବୀନ ପଟ୍ଟନାୟକ ଭଲ କି ? ପ୍ରଶ୍ନରେ ଭାବବିହ୍ୱଳ ହୋଇ ଉପସ୍ଥିତ ଜନତା ବହୁତ ଭଲ ବୋଲି କହିଥିଲେ
• ଆପଣମାନଙ୍କ ଆଶୀର୍ବାଦ ଓ ସହଯୋଗରେ ମୁଖ୍ୟମନ୍ତ୍ରୀ ନୂଆ ଓଡ଼ିଶା ଗଠନ କରିବାକୁ ଯାଉଛନ୍ତି – ଶ୍ରୀ ପାଣ୍ଡିଆନ
• ନୂଆ ଓଡ଼ିଶା ଗଠନରେ ବାଲେଶ୍ୱରର ବହୁତ ବଡ଼ ଅବଦାନ ରହିବ
• ଆମ ଘୋଷଣାପତ୍ର ଅନୁଯାୟୀ ବାଲେଶ୍ୱର, ବାରିପଦାକୁ ନେଇ Industrial Cluster କରାଯିବ
• ବହୁତ ବଡ଼ ବଡ଼ ଇଣ୍ଡଷ୍ଟ୍ରି ଆସିବ, ନିଯୁକ୍ତି ସୃଷ୍ଟି ହେବ, ରୋଜଗାର ବଢ଼ିବ
• ବାଲେଶ୍ୱରରେ ଫକୀରମୋହନ ମେଡିକାଲ କଲେଜ କିଏ କରିଛନ୍ତି ? ବିଭିନ୍ନ ମନ୍ଦିର, ମଠ ଓ ମସ୍‍ଜିଦ୍‍ର ବିକାଶ କିଏ କରିଛନ୍ତି, ଚାନ୍ଦିପୁର ଓ ଉଦୟପୁର ବେଳାଭୂମିର ବିକାଶ କିଏ କରିଛନ୍ତି ?
• ସମସ୍ତ ପ୍ରଶ୍ନର ଗୋଟିଏ ଉତ୍ତର ଆସିଥିଲା ଜନତାଙ୍କ ପାଖରୁ – ନବୀନ ପଟ୍ଟନାୟକ
• ମହାପ୍ରଭୁ ଓ ଆପଣମାନଙ୍କ ଆଶୀର୍ବାଦରୁ ସାରା ଓଡ଼ିଶା କହୁଛି, ନବୀନ ପଟ୍ଟନାୟକ ପୁଣି ଥରେ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ
• ଶପଥ ନେବା ପରେ ପ୍ରଥମ ଦସ୍ତଖତ ହେବ, ଓଡ଼ିଶାର ୯୦ ପ୍ରତିଶତ ଲୋକଙ୍କ ପାଇଁ ବିଜୁଳି ବିଲ୍‍ ଛାଡ଼
• ଦ୍ୱିତୀୟ ଦସ୍ତଖତ ହେବ ବି,ଏସ୍‍.କେ.ୱାଇରେ ସମସ୍ତେ ସାମିଲ ହେବେ, ସମସ୍ତଙ୍କୁ କାର୍ଡ ମିଳିବ
• ତୃତୀୟରେ ମିଶନଶକ୍ତି ସଦସ୍ୟାମାନଙ୍କ ପାଇଁ ୬୦ ବର୍ଷ ପରେ ପେନ୍‍ସନ୍‍ ସୁବିଧା
• ଏ ସବୁ ଶୁଣି ବିରୋଧିଙ୍କ ନିଦ ହଜିଗଲାଣି
• ବାଲେଶ୍ୱର ସାଂସଦ ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାର କହିଲେ ଯେ, ରାଜନୀତିରେ ୩୩ ପ୍ରତିଶତ ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷଣ ଅନେକ ରାଜନୈତିକ ଦଳ କହିଥିଲେ, କିନ୍ତୁ ଏକମାତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜୁ ଜନତା ଦଳ ଏହାକୁ କାମରେ କରି ଦେଖାଇଲା
• ବାଲେଶ୍ୱରେ ୩୩ ନୁହେଁ, ୫୦ ପ୍ରତିଶତ ସ୍ଥାନରେ ମୁଖ୍ୟମନ୍ତ୍ରୀ ମହିଳାଙ୍କୁ ହିଁ ସୁଯୋଗ ଦେଇଛନ୍ତି
• ମୁଖ୍ୟମନ୍ତ୍ରୀଙ୍କ ନିକଟରେ ମୁଁ ଚିର ଋଣୀ
• ମୁଖ୍ୟମନ୍ତ୍ରୀଙ୍କ ରୂପାନ୍ତରଣର ଲକ୍ଷ୍ୟକୁ ପୂରଣ କରିବା ପାଇଁ କାର୍ତ୍ତିକ ପାଣ୍ଡିଆନ ଦିନରାତି ୨୪ ଘଣ୍ଟା କାମ କରୁଛନ୍ତି

You might also like
Leave A Reply

Your email address will not be published.