Odia news portal

ଜଗତସିଂହପୁରରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର

• ବିରୋଧିଦଳ ନେତା ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି

• ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ବି.ଏସ୍‍.କେ.ୱାଇ, ମିଶନଶକ୍ତି, ମମତା, ଲକ୍ଷ୍ମୀ ବସ୍, 5T ସ୍କୁଲ ରୂପାନ୍ତରଣ, ପିଲାଙ୍କ ସ୍କଲାରସିପ୍‍, କାଳିଆ, ମଧୁବାବୁ ପେନ୍‍ସନ୍‍ ଯୋଜନା, ଚାଉଳ କାର୍ଡ ଆଦି କେମିତି ଲାଗୁଛି, ପୁରୀ ମନ୍ଦିର କାମ କେମିତି ଲାଗୁଛି ବୋଲି ପ୍ରଶ୍ନ କରିଥିଲେ

• ସବୁ ପ୍ରଶ୍ନରେ ଉଚ୍ଛ୍ୱସିତ ସ୍ୱରରେ ଲୋକେ କହିଥିଲେ, ବହୁତ ଭଲ

• ଜୁଲାଇରୁ ବିଜୁଳି ବିଲ୍‍ ଆସିବ ନାହିଁ, ବିଜୁ ଜନତା ସରକାର ମାଗଣା ବିଜୁଳି ଦେବ, ଆପଣମାନେ ଖୁସି ତ ? ଆନନ୍ଦ ଉଲ୍ଲାସ ମଧ୍ୟରେ ‘ହଁ’ ଧ୍ୱନିରେ ପ୍ରକମ୍ପିତ ହେଲା ସଭାସ୍ଥଳ

• ନବୀନ ପଟ୍ଟନାୟକ ଭଲ କି ? ପ୍ରଶ୍ନରେ ଭାବବିହ୍ୱଳ ହୋଇ ଉପସ୍ଥିତ ଜନତା ବହୁତ ଭଲ ବୋଲି କହିଥିଲେ

• ସାରା ଭାରତବର୍ଷରେ ଏକ ନମ୍ୱର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଓଡ଼ିଶାକୁ ଏକ ନମ୍ୱର କରିବେ ନବୀନ ପଟ୍ଟନାୟକ – ଶ୍ରୀ ପାଣ୍ଡିଆନ

• ବିଜେପି ଦଳ ମେନିଫେଷ୍ଟୋରେ ଲେଖିଛି ସେମାନେ କ୍ଷମତାକୁ ଆସିଲେ ଆୟୁଷ୍ମାନ ଯୋଜନା ଲାଗୁ କରିବେ

• ଆୟୁଷ୍ମାନ ଯୋଜନା ଲାଗୁ ହେଲେ ଓଡ଼ିଶାର ମାତ୍ର ୨ କୋଟି ପରିବାର ଏଥିରେ ସାମିଲ ହୋଇପାରିବେ, ଅଧା ଲୋକ ଉପକୃତ ହେବେ

• ବି.ଏସ୍‍.କେ.ୱାଇ ଯୋଜନାରେ ଓଡ଼ିଶାର ୯୮ ପ୍ରତିଶତ ଲୋକ ଉପକାର ପାଉଛନ୍ତି

• ଆପଣ ଏବେ ଚିନ୍ତା କରନ୍ତୁ, ଆପଣଙ୍କର ଅଧା ଦରକାର ନା ପୁରା ଦରକାର

• ଦ୍ୱିତୀୟରେ କହିଛନ୍ତି ବିଜୁଳି ମାଗଣା ଦେବେ

• ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଖର୍ଚ୍ଚ କରି ସୋଲାର ପ୍ୟାନେଲ ବସାଇବାକୁ ପଡ଼ିବ

• ସୂର୍ଯ୍ୟକିରଣରୁ ଆପଣମାନେ ବିଜୁଳି ପାଇବେ, ଦିନରେ ଲଣ୍ଠନ ଦେଖାଉଛି ବିଜେପି ଦଳ

• ତୃତୀୟରେ କହିଛନ୍ତି, ପ୍ରତି ମହିଳାଙ୍କୁ ୫୦ ହଜାର ଦେବେ

• ପୂର୍ବ ନିର୍ବାଚନ ସମୟରେ କହିଥିଲେ ୧୫ ଲକ୍ଷ ଟଙ୍କା ଲେଖାଏଁ ଦେବେ, କୁଆଡ଼େ ଗଲା ? ତାଙ୍କୁ ପଚାରିବେ ?

• ମିଛ କଥାରେ ଜମା ପଡ଼ିବେ ନାହିଁ

• କର୍ମୀମାନଙ୍କୁ କହିଲେ ଅଧିକ ମାର୍ଜିନରେ ପ୍ରାର୍ଥୀମାନଙ୍କୁ ଜିତାଇଲେ ସ୍ୱତନ୍ତ୍ର ପୁରସ୍କାର ଦେବେ ମୁଖ୍ୟମନ୍ତ୍ରୀ

You might also like
Leave A Reply

Your email address will not be published.