Odia news portal

ବିଜେଡ଼ିରେ ଯୋଗ ଦେଲେ ଭଦ୍ରକ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ହରପ୍ରିୟା ସାହୁ


ଭୁବନେଶ୍ୱର : ଭଦ୍ରକ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ହରପ୍ରିୟା ସାହୁଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ କନ୍ଧମାଳ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ବିଜୟ ନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ହରପ୍ରିୟା ସାହୁଙ୍କ ସହ ଶତାଧିକ ବିଜେପି କର୍ମୀଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ନାୟକ ଉପଢୌକନ ଦେଇ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ଭଦ୍ରକ ଜିଲ୍ଲାରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ନାୟକ କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ହରପ୍ରିୟା ନାୟକ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

You might also like
Leave A Reply

Your email address will not be published.