Odia news portal

ଆହତ ମାନଙ୍କ ଚିକିତ୍ସା ଖର୍ଚ୍ଚ CMRF ରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା

ଚନ୍ଦନ ଯାତ୍ରା ସମୟରେ ପୁରୀ ନରେନ୍ଦ୍ର ପୋଖରୀରେ ବାଣ ଦୁର୍ଘଟଣା ରେ ମୁଖ୍ୟମନ୍ତ୍ରୀ ଙ୍କ ଉଦବେଗ ପ୍ରକାଶ
ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରି ତୁରନ୍ତ ଆବଶ୍ୟକ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ଭୁବନେଶ୍ୱର : ଚନ୍ଦନ ଯାତ୍ରା ସମୟରେ ନରେନ୍ଦ୍ର ପୁଷ୍କରିଣୀ ଦେବୀଘାଟରେ ଘଟିଥିବା ଦୁର୍ଭାଗ୍ୟ ଜନକ ବାଣ ଦୁର୍ଘଟଣାରେ ବହୁ ଲୋକ ଆହତ ହେବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦବେଗ ପ୍ରକାଶ କରିଛନ୍ତି ।

ଆହତ ମାନଙ୍କ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରି ତୁରନ୍ତ ଉପଯୁକ୍ତଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ଓ ପୁରୀ ଜିଲ୍ଲା ପାଳଙ୍କୁ ନିର୍ଦେଶ ଦେଇଛନ୍ତି । ଆହତ ମାନଙ୍କ ଚିକିତ୍ସା ଖର୍ଚ୍ଚ CMRF ରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି ।

You might also like
Leave A Reply

Your email address will not be published.