Odia news portal

ସିମୁଳିଆରେ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର

• ମୁଖ୍ୟମନ୍ତ୍ରୀ କଥାରେ ନୁହେଁ କାମରେ ବିଶ୍ୱାସ କରନ୍ତି

• ମା’ମାନଙ୍କୁ, ଯୁବପିଢ଼ିମାନଙ୍କୁ ସଶକ୍ତ କରି ସେମାନଙ୍କ ଜରିଆରେ ନୂଆ ଓଡ଼ିଶା ଗଠନ କରିବାକୁ ଚାହୁଁଛନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ

• ୫ ବର୍ଷରେ ଥରେ ଆପଣମାନେ ସୁଯୋଗ ପାଇଛନ୍ତି ଆଶୀର୍ବାଦ କରିବା ପାଇଁ

• ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରନ୍ତୁ, ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀ ଦୁଇ ଭଉଣୀଙ୍କୁ ଆଶୀର୍ବାଦ କରନ୍ତୁ

• ମୁଖ୍ୟମନ୍ତ୍ରୀଙ୍କ ନୂଆ ଓଡ଼ିଶା ଗଠନର ସ୍ୱପ୍ନକୁ ସାକାର କରନ୍ତୁ

• ସିମୁଳିଆ ପାଇଁ ନବୀନ ବାବୁ ବହୁତ କାମ କରିଛନ୍ତି

• ଗତଥର ଯେଉଁ କାମ ଦେଇଥିଲେ ତା’ର ୮୦ ପ୍ରତିଶତ କାମ ହୋଇଯାଇଛି

• ସିମୁଳିଆ ଓ ଖଇରାକୁ ଏନ୍‍.ଏ.ସି ମାନ୍ୟତା ଦିଆଯାଇଛି

• ସାଳନ୍ଦୀ ଲେଫ୍ଟ କେନାଲ ଓ ବିଭିନ୍ନ ଆଡ଼ିବନ୍ଧ ନିର୍ମାଣ ଜରିଆରେ ଜଳସେଚନ ବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ବହୁତ କାମ କରିଛନ୍ତି

• ମହାପ୍ରଭୁଙ୍କ ଆଶୀର୍ବାଦରୁ ଓ ଆପଣମାନଙ୍କ ଆଶୀର୍ବାଦରୁ ନବୀନ ପଟ୍ଟନାୟକ ପୁଣି ଥରେ ଜୁନ ୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ, ଆପଣମାନଙ୍କ ସେବା କରିବେ

• ଶପଥ ନେବା ପରେ ପ୍ରଥମ ଦସ୍ତଖତରେ ସମସ୍ତଙ୍କୁ ବିଜୁଳି ବିଲ୍‍ରୁ ମୁକ୍ତ କରିବେ, ଦ୍ୱିତୀୟ ଦସ୍ତଖତରେ ବି.ଏସ୍‍.କେ.ୱାଇ କାର୍ଡ ସମସ୍ତେ ପାଇବେ, ତୃତୀୟ ଦସ୍ତଖତରେ ୬୦ ବର୍ଷ ପରେ ମିଶନ ଶକ୍ତି ସଦସ୍ୟାମାନଙ୍କ ପାଇଁ ପେନ୍‍ସନ ବ୍ୟବସ୍ଥା କରିବେ,

• କଲେଜ ପିଲାମାନଙ୍କ ନୂଆ-ଓ ସ୍କଲାରସିପ୍‍କୁ ମଧ୍ୟ ବୃଦ୍ଧି କରିବେ, ପୁଅ ପିଲା ୯ ହଜାର ପରିବର୍ତ୍ତେ ପାଇବେ ୧୨ ହଜାର, ଝିଅ ପିଲା ୧୦ ହଜାର ପରିବର୍ତ୍ତେ ପାଇବେ ୧୪ ହଜାର ଟଙ୍କା

• ଏ ସବୁ ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ମୁଣ୍ଡରୁ ବୋଝ ହାଲ୍‍କା କରିବା ପାଇଁ କରୁଛନ୍ତି, ଆପଣମାନଙ୍କ ପିଲାଙ୍କ ଉଜ୍ୱଳ ଭବିଷ୍ୟତ ଗଠନ ପାଇଁ କରୁଛନ୍ତି

• ସିମୁଳିଆର ଉନ୍ନତି ପାଇଁ, ଓଡ଼ିଶାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ୨୪ ଘଣ୍ଟା କାମ କରୁଛନ୍ତି, ତାଙ୍କର ସମ୍ମାନ ରଖିବେ

• କର୍ମୀମାନଙ୍କୁ ଉତ୍ସାହିତ କରି କହିଲେ, ଜ୍ୟୋତି ପାଣିଗ୍ରାହୀଙ୍କ ସମ୍ମାନ ରଖିବେ, ସମସ୍ତେ ଲାଗିପଡ଼ି ଏହି ଦୁଇ ଭଉଣୀଙ୍କୁ ବିପୁଳ ଭୋଟ ବ୍ୟବଧାନରେ ଜିତାନ୍ତୁ

You might also like
Leave A Reply

Your email address will not be published.